ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର

ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଛି । ଭୁବନେଶ୍ୱର ତମାଣ୍ଡୋରେ ଏକାଠି ହୋଇଛନ୍ତି ଶହ ଶହ ଡ୍ରାଇଭର । ସେହିପରି ସମ୍ବଲପୁର ଅଇଁଠାପାଲି ଛକରେ ମଧ୍ୟ ପ୍ରତିବାଦ କରୁଛନ୍ତି ଡ୍ରାଇଭର ।ଏହା ସହ ରାଜ୍ୟର ଅନେକ ସ୍ଥାନରେ ଡ୍ରାଇଭରମାନେ ପ୍ରତିବାଦ କରୁଛନ୍ତି । ଭୁବନେଶ୍ୱର ସହର ଭିତରେ କୌଣସି ବିରୋଧ କରାଯିବ ନାହିଁ ବୋଲି ସଂଘ ପକ୍ଷରୁ କୁହାଯାଇଛି । ଭୁବନେଶ୍ୱରରେ ଯଦି କୌଣସି ବ୍ୟକ୍ତି ଆଇନକୁ ହାତକୁ ନେବେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର । କୌଣସି ଅପ୍ରତିକର ପରିସ୍ଥିତିର ମୁକାବିଲା ପାଇଁ ଅତିରିକ୍ତ ୧୫ ପ୍ଲାଟୁନ୍ ଫୋର୍ସ ଏବଂ ୪୦ ଜଣ ଅଫିସର ମୁତୟନ ରହିବେ ବୋଲି ସୂଚନା ଦେଇଛନ୍ତି ।