ଭୁବନେଶ୍ଵର: ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମିହୀନ ଚାଷୀ ପରିବାର ଅଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post