୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ
ଆଉ ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ। ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳକୁ ଆସନ୍ତା ୨୦୨୪ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଥିଲା। ୧୯୮୯ ବ୍ୟାଚର IAS ହେଉଛନ୍ତି ପ୍ରଦୀପ କୁମାର ଜେନା । ପୂର୍ବରୁ ଅବସର ପରେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇଥର ବଢିଥିଲା। ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ ଜେନା । ଗତ ଫେବ୍ରୁଆରି ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦବୀରୁ ସୁରେଶ ଚନ୍ଦ୍ର ମହାପାତ୍ର ଅବସର ନେବା ପରେ ତାଙ୍କ ସ୍ଥାନରେ ପ୍ରଦୀପ କୁମାର ଜେନାଙ୍କୁ ଅବସ୍ଥାପିତ କରାଯାଇଥିଲା। ଗତ ମାର୍ଚ୍ଚ ୧ ତାରିଖରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ ପ୍ରଦୀପ କୁମାର ଜେନା। ପ୍ରଦୀପ କୁମାର ଜେନା ହେଉଛନ୍ତି ୧୯୮୯ ବ୍ୟାଚ୍ର ଭାରତୀୟ ପ୍ରଶାସନିକ ଅଧିକାରୀ।