ସରକାରୀ କର୍ମଚାରୀଙ୍କୁ ୪% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଶୁକ୍ରବାର ଦିନ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪%ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୭.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।