Odisha ସମସ୍ତ ବ୍ଲକରେ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ,୯ ଲକ୍ଷ ଆବାସ ଘର ବଣ୍ଟାଯିବ On May 24, 2023 ଭୁବନେଶ୍ବର : ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସମୀକ୍ଷା କରିବା ସମୟରେ ଏହା ଉପରେ ଗୁରତ୍ବ ଦେଇ ସମସ୍ତ ବ୍ଲକରେ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ ସ୍ଥାପନ କରିବାକୁ ନିର୍ଦେଶ ଦେଇଛନ୍ତି। ମିଶନ ମୋଡରେ ମାର୍କେଟିଂ ଲିଙ୍କେଜ୍ ସହିତ ସ୍ଥାପନ ହେବ ଏହି ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ। ଖାଲି ପଡ଼ିଥିବା ସରକାରୀ ଅଟ୍ଟାଳିକାକୁ ୩ ମାସ ମଧ୍ୟରେ ସ୍ଥାନୀୟ ମିଶନ୍ ଶକ୍ତି ଗୋଷ୍ଠୀକୁ ହସ୍ତାନ୍ତର କରାଯିବ। ଓରମାସକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଖୁବଶୀଘ୍ର ଓଡ଼ିଶାକୁ ଆସିଥିବା ୯ ଲକ୍ଷ ଆବାସ ଘର ବଣ୍ଟାଯିବ । ବହୁ ଯୋଗ୍ୟ ହିତାଧୀକାରୀ ଘର ପାଇବେ । Share