ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଙ୍କୁ ବ୍ରଜରାଜନଗରରେ ଗୁଳିମାଡ । ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡ଼ା ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇ ଭୁବନେଶ୍ବର ଅଣାଯାଉଛି । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ପୋଲିସ କର୍ମୀ, ଏଏସଆଇ ଗୁଳି କରିଛନ୍ତି । ୫ ରାଉଣ୍ଡ ଗୁଳି ଚଳାଇବା ପରେ ମନ୍ତ୍ରୀଙ୍କ ଛାତିରେ ଗୋଡିଏ ଗୁଳି ବାଜିଥିଲା । ପୋଲିସ କର୍ମୀ ଗୋପାଳ ଦାସ ଏହି ଦୁର୍ଘଟଣା ଘଟାଇଥିବା ସୂଚନା ମିଳିଛି। ତେବେ ମନ୍ତ୍ରୀଙ୍କ ଛାତିରେ ଏହି ଗୁଳିବାଜିଥିବାରୁ ତାଙ୍କୁ ଏୟାରଲିଫ୍ଟିଂ କରାଯାଇ ଭୁବନେଶ୍ବର ଅଣାଯାଉଛି । ନବ କିଶୋର ଦାସ ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ