ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
କଟକ: ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ସୁପ୍ରିମକୋର୍ଟ କଲେଜିୟମ୍ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିସ କରିଛନ୍ତି। ଜଷ୍ଟିସ୍ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୂଚନାଯୋଗ୍ୟ ଆସନ୍ତା ବର୍ତ୍ତମାନର ମୁଖ୍ୟ ବିଚାରପତି ଏସ୍ ମୁରଲୀଧର ୨୦୨୧ ଜାନୁଆରି ୪ ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। । ସେ ଅଗଷ୍ଟ ମାସରେ ଅବସର ନେବେ। ତା ପରେ ଖାଲି ପଡ଼ିବାକୁ ଥିବା ମୁଖ୍ୟ ବିଚାରପତି ପଦ ପାଇଁ ସୁପ୍ରିମକୋର୍ଟ ଏହି ଅନୁମୋଦନ ଦେଇଛନ୍ତି।