ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ। ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ସମ୍ଭାବନା ରହିଛି । ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ କଟକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ବର୍ଷା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ।