୧୮ ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳ

matric exam

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ  ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି।  ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। କଟକ ବୋର୍ଡ କାର୍ଯ୍ୟାଳୟରେ  ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ।