ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କମଳା ପୂଜାରୀ ଗୁରୁତର

ପଦ୍ମଶ୍ରୀ କମଳା ପୁଜାରୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରେ ଲାଗିଛି । ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସା କରାଯାଉଛି । ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତର ଖାନରେ ଭର୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଥିଲା ।କୋରାପଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୟପୁର ଉପଜିଲ୍ଲପାଳ ବେଦବର ପ୍ରଧାନ ମଧ୍ୟ ଚିକିତ୍ସାଲୟକୁ ଯାଇ କମଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ।