ସ୍କୁଲ ଶିକ୍ଷାରେ ଦେଶରେ ୧୦ ରାଜ୍ୟ ମଧ୍ୟରେ ସ୍ଥାନ ପାଇଲା ଓଡ଼ିଶା । କେନ୍ଦ୍ର ସରକାରଙ୍କ ଅଧିନସ୍ଥ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପିଜିଆଇ ୨୦୨୦-୨୧ ରିପୋର୍ଟରେ ଶ୍ରେଷ୍ଠ ୧୦ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା । ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁଣାତ୍ମକ ଶିକ୍ଷା, ସୁଦୃଢ ଭିତ୍ତିଭୂମି, ବିଦ୍ୟାଳୟ ପ୍ରବେଶ ସୁବିଧା, ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ଓ ବିଦ୍ୟାଳୟ ପରିଚାଳନା ପରି ୫ଟି ବିଷୟ ଆଧାରରେ ଏହି ମୂଲ୍ୟାୟନ କରାଯାଇଥିଲା । ୨୦୧୯-୨୦ ଶିକ୍ଷାବର୍ଷ ତୁଳନାରେ ୨୦୨୦-୨୧ ଶିକ୍ଷାବର୍ଷରେ ଓଡ଼ିଶା ସମସ୍ତ ୫ଟି ମାଟ୍ରିକ୍ସରେ ଭଲ ପ୍ରଦର୍ଶନ କରିବା ସହ ଦେଶରେ ଆଗଧାଡ଼ିର ରାଜ୍ୟମାନଙ୍କ ମଧ୍ୟରେ ସ୍ଥିତିକୁ ସୁଦୃଢ଼ କରିଛି ।
Gurugram schools reopen for classes 6 to 8