ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି । ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବଜ୍ରପାତ ଜନିତ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଘଡଘଡି ବିଜୁଳି ସହ ବର୍ଷା ନେଇ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।