ଜାତୀୟ ପଞ୍ଚାୟତ ପୁରସ୍କାରରେ ମୋଟ 7ଟି ପୁରସ୍କାର ପାଇବ ଓଡିଶା

୨୦୨୪ ମସିହା ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ସମାରୋହ ଆସନ୍ତା ୧୧ ଡିସେମ୍ବରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିବେ । ଜାତୀୟ ପଞ୍ଚାୟତ ପୁରସ୍କାରରେ ଓଡ଼ିଶା ମୋଟ ୭ଟି ପୁରସ୍କାର ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ୍ କେଳୁଆପଲ୍ଲିକୁ ସୁସ୍ଥ ପଞ୍ଚାୟତ ଭାବେ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ଦେବାକୁ ଚୟନ କରାଯାଇଛି।