ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି । ନୂଆପଡା ଉପନିର୍ବାଚନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳୁଛି । ନୂଆପଡାରେ ଅନୁଷ୍ଠିତ ଏକ ବଡ ମିଶ୍ରଣ ପର୍ବରେ ବିଶିଷ୍ଟ ଓ ବରିଷ୍ଟ ଆଦିବାସୀ ନେତା ଶ୍ରୀ ଭୁଜବଳ ଅଡବାଙ୍ଗ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଅବସରରେ ସୁନାମଧନ୍ୟ ଆଇନଜୀବି ତଥା ଆଦିବାସୀ ନେତା ଆଡଭୋକେଟ ଘାସିରାମ ବାଗ, ଆଡଭୋକେଟ ଗୋପାଳ ସାମନ୍ତ, ଆଡଭୋକେଟ ପୂର୍ଣ୍ଣଚନ୍ଦ୍ର ସାହୁ, ଅଶୋକ ଦେବଗାନ ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି ।
ପ୍ରକାଶ ଥାଉକି ଶ୍ରୀ ଅଡବାଙ୍ଗ ଗତ ୨୦୨୪ ସାଧାରଣ ନିର୍ବାଚନରେ ନୂଆପଡା ବିଧାନସଭା ନିର୍ବାଚନମଣ୍ଢଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇ ପାଖାପାଖି ୬ ହଜାର ଭୋଟ ପାଇଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଉପରେ ନୂଆପଡାବାସୀ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛନ୍ତି । ବିଶେଷ ଭାବେ ମୁଖ୍ୟମନ୍ତ୍ରୀ ନିଜେ ଜଣେ ଆଦିବାସୀ ଏବଂ ତାଙ୍କର ନୂଆପଡା ଜିଲ୍ଲା ପ୍ରତି ଭଲ ପାଇବା ଓ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି । ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର କାରଣରୁ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ ବୋଲି ଶ୍ରୀ ଅଡବାଙ୍ଗ ଦୃଢୋକ୍ତି ପ୍ରକାଶ କରିଛନ୍ତି ।
ଏହି ଅବସରରେ ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଡ.ମୁକେଶ ମହାଲିଙ୍ଗ, ସାଂସଦ ଶ୍ରୀ ଅନନ୍ତ ନାୟକ, ଶ୍ରୀ ପ୍ରଦୀପ ପୁରୋହିତ, ଶ୍ରୀ ସୁଜିତ କୁମାର, ଶ୍ରୀ ରବିନାରାୟଣ ବେହେରା, ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର, ଶ୍ରୀ ଅଭିନନ୍ଦନ ପଣ୍ଡା, ଶ୍ରୀ ପ୍ରସନ୍ନ ପାଢୀ, ରାଜ୍ୟ ଉପ ସଭାପତି ଶ୍ରୀ ଅଶୋକ ମିଶ୍ର, ଜିଲ୍ଲା ପ୍ରଭାରୀ ଶ୍ରୀ ଅର୍ତତ୍ରାଣ ମହାପାତ୍ର, ଜିଲ୍ଲା ସଭାପତି ଶ୍ରୀ କମଳେଶ ଦିକ୍ଷୀତ ପ୍ରମୁଖ ଉପସ୍ଥିତ ରହି ନୂତନ ସଦସ୍ୟଙ୍କୁ ଦଳୀୟ ଟୋପି ଉତରୀୟ ପିନ୍ଧାଇ ସ୍ୱାଗତ କରିଛନ୍ତି ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Next Post