ଭୁବନେଶ୍ବର: ଆରମ୍ଭ ହୋଇଛି ହକି ବିଶ୍ବକପ ପାଇଁ ଟିକେଟ ବିକ୍ରି । ଜାନୁଆରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଥିବା ବିଶ୍ୱକପ ହକି ପାଇଁ ଆଜିଠୁ ଅଫ୍ଲାଇନ୍ ଟିକେଟ ବିକ୍ରି ଆରମ୍ଭ ହୋଇଛି। ଉଭୟ ଭୁବନେଶ୍ୱର ଓ ରାଉଲକେଲାରେ ବିକ୍ରି ହେଉଛି ଏହି ଟିକେଟ୍। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ୮ ନମ୍ବର ଗେଟ୍ ଏବଂ ରାଉରକେଲା ବିର୍ଶା ମୁଣ୍ଡା ଷ୍ଟାଡିୟମର ଦୁଇ ଓ ଛଅ ନମ୍ବର ଗେଟରେ ବହୁ ଗହଳି ଦେଖିବାକୁ ମିଳିଛି ଟିକେଟ କିଣିବା ପାଇଁ। ଦିନ ୧୧ଟାରୁ ସଂଧ୍ୟା ୭ଟା ମଧ୍ୟରେ ଟିକେଟ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଟିକେଟ କିଣିବା ପାଇ ଲମ୍ବା ଧାଡି ମଧ୍ୟ ହୋଇଛି । ତେବେ ଏଥର ଟିକେଟ ବିକ୍ରିରେ ଅନିୟମିତତା ପୂର୍ବ ଭଳି ହେଉଛି ନା ନାହିଁ ତାହା ଦେଖିବାକୁ ଅପେକ୍ଷା । କାରଣ ପୂର୍ବରୁ ଟିକେଟ ବିକ୍ରିରେ ସ୍ବଚ୍ଛତା ରହୁନଥିବା ବାରମ୍ବାର ହୋଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ