ଆଜି ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ରେଜଲ୍ଟ। ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି।
www.ojee.nic.in ୱେବସାଇଟରେ ଛାତ୍ରଛାତ୍ରୀମାନେ ପରୀକ୍ଷାଫଳ ଦେଖିପାରିବେ। ୪୭ ହଜାର ୭୬୧ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିଲା ବେଳେ ୪୭ ହଜାର ୭୨୯ ପରୀକ୍ଷାର୍ଥୀଙ୍କୁ ପ୍ରଦର୍ଶନ ଅନୁଯାୟୀ ରାଙ୍କ ମିଳିଛି। ଏମ୍ବିଏରେ ଶ୍ରଦ୍ଧାରବିନ୍ଦ ସାମନ୍ତରାୟ ଟପ୍ପର ହୋଇଥିବା ବେଳେ ଏମ୍ସିଏରେ ଈଶାନ୍ତ କୁମାର ନାୟକ ଓ ବି.ଫାର୍ମରେ ଅରୂପ ପଣ୍ଡା ଟପ୍ପର ହୋଇଛନ୍ତି।