ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ବିଏସକେଓ୍ବାଇନବୀନ କାର୍ଡ ଲାଗି ଅନ୍ଲାଇନ୍ ପଞ୍ଜୀକରଣ କରାଯିବ । ଜାନୁୟାରୀ ୧୬ ତାରିଖ ଅନ୍ଲାଇନ୍ ପଞ୍ଜୀକରଣର ଶେଷ ତାରିଖ ହୋଇଥିବାରୁ ଯେଉଁମାନେ ଚାହୁଁଛନ୍ତି ସେମାନେ ଆବେଦନ କରିପାରିବେ । ବିଏସକେଓ୍ବାଇରୁ ବାଦ୍ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଛି । ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବେ । ବିଏସକେଓ୍ବାଇ ନବୀନ କାର୍ଡରେ ପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି । ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ ।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Next Post