ଆସୁଛି ଲଘୁଚାପ, ସତର୍କ ରହିବା ଜରୁରୀ
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ଏହା ପ୍ରଭାବରେ ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଲାଗିରହିଛି । ପ୍ରବଳ ବର୍ଷା ହେଉଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗୋଟିଏ ଦିନ ପରେ ସୃଷ୍ଟି ହେବ ଆଉ ଗୋଟିଏ ଘୂର୍ଣ୍ଣିବଳୟ । ରାଜଧାନୀରେ ବି ଦୁଇଦିନ ହେଲା ଛେଚୁଛି ବର୍ଷା । ଦୁଇ ଦିନ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ତାହା ଆଗାମୀ ୨ ରୁ ୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବା ସହ ୨୨ରେ ଅବପାତର ରୂପ ନେବ ।