ଅନୁଭବ ମହାନ୍ତି-ବର୍ଷା ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ
କଟକ : ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଛେଦ ମାମଲା। ହାଇକୋର୍ଟ ଅନୁଭବଙ୍କ ଆବେଦନକୁ ଗ୍ରହଣ କରି ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି । ପୂର୍ବରୁ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ । ପରିବାର ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଦ୍ଵାରସ୍ତ ହୋଇଥିଲେ ଅନୁଭବ। ପିଟିଶନ୍ରେ ଅନୁଭବ ଦର୍ଶାଇଥିଲେ ଯେ, ୨୦୧୪ରେ ଉଭୟଙ୍କ ବିବାହ ହୋଇଥିଲେ ମଧ୍ୟ ବିଭିନ୍ନ ସମୟରେ ବର୍ଷା ଶାରୀରିକ ସମ୍ପର୍କ ରଖିବାକୁ ଅନିଚ୍ଛା ପ୍ରକାଶ କରୁଥିଲେ। । ପାରିବାରିକ ଜୀବନରେ ବର୍ଷା କେବେହେଲେ ତାଙ୍କୁ ସହଯୋଗ କରୁ ନ ଥିଲେ। ଦୁହିଁଙ୍କ ଭିତରେ ମତ ପାର୍ଥକ୍ୟ ଥିବା କାରଣରୁ ଉଭୟ ଦୀର୍ଘଦିନ ହେବ ଅଲଗା ରହୁଛନ୍ତି।