ଭୁବନେଶ୍ୱର : ନିଜର ନ୍ୟାଯ୍ୟ ଦାବି ହାସଲ ପାଇଁ ପୁଣିଥରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ରାଜ୍ୟର ହଜାର ହଜାର ଆଉଟସୋର୍ସିଂ କର୍ମଚାରୀ। ଶୁକ୍ରବାର ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜି ପରିସରରେ ଏକ ବିଶାଳ ସମାବେଶ କରି ନିଜର ଶକ୍ତି ପ୍ରଦର୍ଶନ କରିବା ସହ ସରକାରଙ୍କୁ ପ୍ରତିଶ୍ରୁତି ମନେ ପକାଇ ଦେଇଛନ୍ତି। ଆଉଟସୋର୍ସିଂ କର୍ମଚାରୀ ମହାସଂଘ ପକ୍ଷରୁ ମୁଖ୍ୟତଃ ତିନୋଟି ଦଫା ଦାବି ନେଇ ଏହି ଆନ୍ଦୋଳନ କରାଯାଉଛି। ସେଗୁଡ଼ିକ ହେଲା: ଆଉଟସୋର୍ସିଂ ବ୍ୟବସ୍ଥାର ସମ୍ପୂର୍ଣ୍ଣ ଉଚ୍ଛେଦ। କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ। ସମାନ କାମକୁ ସମାନ ଦରମା ଏବଂ ଅନ୍ୟାନ୍ୟ ସୁବିଧା ସୁଯୋଗ।
ଆନ୍ଦୋଳନକାରୀଙ୍କ କହିବା ଅନୁଯାୟୀ, ବିଜେପି ସରକାର କ୍ଷମତାକୁ ଆସିବା ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲେ ଯେ ରାଜ୍ୟରେ ଆଉଟସୋର୍ସିଂ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବ। ମାତ୍ର ସରକାର ଗଠନ ହେବାର ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ଏ ଦିଗରେ କୌଣସି ଠୋସ୍ ପଦକ୍ଷେପ ନିଆଯାଉ ନାହିଁ। ଯେଉଁଥିପାଇଁ କର୍ମଚାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଆଜିର ଏହି ବିଶାଳ ସମାବେଶରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ କର୍ମଚାରୀ ଯୋଗ ଦେଇଛନ୍ତି। ଯଦି ସରକାର ତୁରନ୍ତ ସେମାନଙ୍କ ଦାବି ଉପରେ ବିଚାର ନକରନ୍ତି, ତେବେ ଆଗାମୀ ଦିନରେ ଏହି ଆନ୍ଦୋଳନ ଆହୁରି ଉଗ୍ର ରୂପ ଧାରଣ କରିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post