ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ଶେଷ ହୋଇଛି। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ତାପରେ ମାତା ସୁଭଦ୍ରା ଓ ଶେଷରେ ମହାବାହୁଙ୍କ ପହଣ୍ଡି ଶେଷ ହୋଇଛି। ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ଗୁଣ୍ଡିଚାଘରୁ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଛି। ବଳଭଦ୍ରଙ୍କ ପରେ ଗୁଣ୍ଡିଚା ମନ୍ଦିରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଧାଡ଼ି ପହଣ୍ଡିରେ ବାହାରିଥିଲେ।ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାରୂଢ ହୋଇଛନ୍ତି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା। ବାହୁଡ଼ା ଯାତ୍ରା ଅବସରରେ ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ।
ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ରଥରେ ବିଜେ କରିଛନ୍ତି ବଡ଼ ଠାକୁର । ଟାହିଆ ହଲାଇ ଶରଧାବାଲିରେ ଝୁଲିଝୁଲି ଆସିଲେ ବଡ଼ ଠାକୁର ।  ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି । ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ ।ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।