ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସା କରାଯିବ । ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଓଡ଼ିଶା ଅଣାଯାଉଛି । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସ ନେବାକୁ ଇଡିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କୋର୍ଟ କହିଛନ୍ତି, ଏମ୍ସର ବିଶେଷଜ୍ଞ ଡାକ୍ତର ପାର୍ଥଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବେ । କ୍ୟାବିନେଟ୍ ମନ୍ତ୍ରୀ ପାର୍ଥ ସ୍ୱାସ୍ଥ୍ୟଜନିତ ସମସ୍ୟା କାରଣରୁ ତାଙ୍କ ଓକିଲ ନିମ୍ନ ଅଦାଲତଙ୍କୁ ଚିକିତ୍ସା ପାଇଁ ଅନୁରୋଧ କରିଥିଲେ । କୋର୍ଟଙ୍କ ନିର୍ଦ୍ଦେଶ ପରେ ପାର୍ଥ କୋଲକାତାର ଏସଏସକେଏମ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ ।ତେବେ ଏଠାରୁ ଭୁବନେଶ୍ୱର ଏମ୍ସ ଯିବାକୁ ଚାହିଁବାରୁ ଏହାକୁ ବିରୋଧ କରିଥିଲା ଇଡି । ଫଳରେ ଏହି ମାମଲା କୋର୍ଟକୁ ଯାଇଥିଲା । କୋର୍ଟ ମାମଲାର ଶୁଣାଣି କରି ପାର୍ଥଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ, ଭୁବନେଶ୍ୱର ଏମ୍ସ ଅଧିକାରୀଙ୍କୁ କାର୍ଡିଓଲୋଜି, ନେଫ୍ରୋଲୋଜି, ଶ୍ୱାସକ୍ରିୟ ଚିକିତ୍ସା ଓ ଏଣ୍ଡୋକ୍ରିନୋଲୋଜିରେ ବିଶେଷଜ୍ଞ ଡାକ୍ତରଙ୍କ ଦ୍ୱାରା ତାଙ୍କର ଚିକିତ୍ସାର ଯାଂଚ କରିବାକୁ ଆଦେଶ ଦେଇଛନ୍ତି ।
Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି