ଆଜି ଓଡିଶା ଆସିବେ ପି.କେ. ମିଶ୍ର
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଗୁରୁବାର ୪ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ସେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ରାଜ୍ୟ ସରକାରଙ୍କର ବିଭିନ୍ନ ଅଧିକାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି।
ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଅନ୍ୟତମ ପ୍ରମୁଖ ସଚିବ ପି.କେ. ମିଶ୍ର ଶୁକ୍ରବାର ଓଡ଼ିଶା ଆସି ଝାରସୁଗୁଡ଼ା ବିମାନବନ୍ଦରରେ ଓହ୍ଲାଇବେ ବୋଲି ଜଣାପଡ଼ିଛି।