ଭୁବନେଶ୍ବର: ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି।ଏଣେ ୨୦୨୩-୨୪ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ନାମଲେଖା ପ୍ରକ୍ରିୟା ସୋମବାରରୁ ଆରମ୍ଭ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ହେବ। ପୂର୍ବାହ୍ନ ୧୧ଟାରେ ସାମ୍ସ ପୋର୍ଟାଲ www.samsodisha.gov.in ରେ କମନ୍ ଆପ୍ଲିକେସନ ଫର୍ମ(ସିଏଏଫ୍) ଉପଲବ୍ଧ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ଜୁନ୍ ୨୦ ସୁଦ୍ଧା ନାମ ପଞ୍ଜୀକରଣ କରିପାରିବେ ଏବଂ ଜୁନ୍ ୨୮ ପୂର୍ବାହ୍ନ ୧୧ଟା ୪୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ।
