ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ ଯୋଗ ଦେଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି,ଆଜି ଓଡ଼ିଶାର ବିକାଶ ଯାତ୍ରା ପାଇଁ ବଡ଼ ମହତ୍ତ୍ୱପୂର୍ଣ୍ଣ ଦିନ ।ଓଡ଼ିଶା ଲୋକଙ୍କ ପାଇଁ ୭୦ ହଜାର କୋଟିର ପ୍ରକଳ୍ପ ପାଇଁ ବଧାଇ ।ସମାଜର ସବୁ ବର୍ଗର ଲୋକ ଏଥିରୁ ଲାଭ ପାଇବେ ।ଏହି ପ୍ରକଳ୍ପ ଓଡ଼ିଶାର ନବଯୁବକଙ୍କୁ ରୋଜଗାର ଯୋଗାଇବ ।ଆଜି ଆଡଭାନୀଜୀଙ୍କୁ ଭାରତ ରତ୍ନ ପ୍ରଦାନ ନିଷ୍ପତ୍ତି ନିଆଯାଇଛି । ରାଷ୍ଟ୍ର ସେବା ପାଇଁ ଜୀବନ ଉତ୍ସର୍ଗ କରିଥିବା ଲୋକଙ୍କୁ ଦେଶ କେବେ ଭୁଲେନି ।ଆଡଭାନୀଙ୍କ ଜୀବନ ଦର୍ଶନ ମୋତେ ଅନୁପ୍ରାଣିତ କରିଛି ।ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ ଚଳାଇଛୁ ।ଭାରତର ସବୁ ରାଜ୍ୟ ବିକଶିତ ହେଲେ ଦେଶ ବିକଶିତ ହୋଇପାରିବ ।ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକରୁ ଅଧିକ ସହଯୋଗ ଦେଇଆସୁଛୁ ।ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ଼ ଲକ୍ଷ କୋଟିର ନିବେଶ ।ରେଳବାଇ କ୍ଷେତ୍ରରେ ବିକାଶ ପାଇଁ ୧୨ ଗୁଣ ଅଧିକ ଅର୍ଥ ଦିଆଯାଇଛି ।ଓଡ଼ିଶାର ଗ୍ରାମାଞ୍ଚଳରେ ୫୦ ହଜାର କିଲୋମିଟର ରାସ୍ତା ହୋଇଛି ।୪ ହଜାର କିଲୋମିଟର ଜାତୀୟ ରାଜପଥ ନିର୍ମାଣ କରାଯାଇଛି ।ପୁରୀ-ସୋନପୁର ଏକ୍ସପ୍ରେସ ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ରେଳ ଗଡ଼ିଲା ।ସୁବର୍ଣ୍ଣପୁରବାସୀ ଏବେ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସୁବିଧାରେ ପାଇବେ ।ନୂଆ ଖଣି ନିୟମ ଯୋଗୁଁ ଓଡ଼ିଶାକୁ ଅଧିକ ୧୦ ଗୁଣା ଲାଭ ମିଳୁଛି ।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Prev Post