ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍
ପୁରୀ: ଆଜି ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ କୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ। ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ। ପୁରୀରୁ ଏହି ଟ୍ରେନ୍ ଦିନ ୧ଟା ୫୦ରେ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ସେହିଭଳି ହାୱଡ଼ାରୁ ସକାଳ ୬ଟା ୧୦ରେ ବାହାରି ୧୨ଟା ୩୫ରେ ପୁରୀରେ ପହଞ୍ଚିବ। ଓଡ଼ିଶା ପାଇଁ ଏହା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ।ଓଡ଼ିଶାରେ ରେଳ ନେଟୱାର୍କର ୧୦୦ ପ୍ରତିଶତ ବିଦ୍ୟୁତିକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ଏହା ଅପରେଟିଂ ଓ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ । ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ନିର୍ଭରଶୀଳତା ହ୍ରାସ କରିବ । ସେହିପରି ସମ୍ବଲପୁର-ଟିଟିଲାଗଡ଼ ରେଳଲାଇନର ଦୋହରୀକରଣ, ଅନୁଗୁଳ-ସୁକିନ୍ଦା ମଧ୍ୟରେ ନୂଆ ବ୍ରଡଗଜ ରେଳଲାଇନ୍, ମନୋହରପୁର-ରାଉରକେଲା-ଝାରସୁଗୁଡ଼ା-ଜାମଗା ମଧ୍ୟରେ ତୃତୀୟ ଲାଇନ୍ ଏବଂ ବିଛୁପାଲି-ଝାରତରଭା ମଧ୍ୟରେ ନୂଆ ବ୍ରଡ୍ ଗଜ୍ ଲାଇନର ଲୋକାର୍ପଣ କରିବେ । ଓଡ଼ିଶାର ଇସ୍ପାତ ଓ ଖଣି କ୍ଷେତ୍ରରେ ଦ୍ରୁତ ଶିଳ୍ପ ବିକାଶ ହେତୁ ଏଗୁଡ଼ିକ ବର୍ଦ୍ଧିତ ପରିବହନ ଚାହିଦା ପୂରଣ କରିବ ଓ ଯାତ୍ରୀ ପରିବହନ ଉପରେ ପଡ଼ୁଥିବା ଚାପକୁ ମଧ୍ୟ ହ୍ରାସ କରିବାରେ ସହାୟକ ବୋଲି ରେଳବାଇ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
#WATCH | Folk artists perform at Odisha's Puri railway station to mark the launch of the inaugural Vande Bharat train from Puri to Howrah pic.twitter.com/rvN8Dg6V5u
— ANI (@ANI) May 18, 2023