ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ନେତା ବିଶ୍ୱରଂଜନ ମହାନ୍ତିଙ୍କ ନାରେ ଭରତପୁର ଥାନାରେ ମାମଲା ହୋଇଛି । ନିର୍ବାଚନ ପ୍ରଚାର ସମୟରେ ବକେୟା ଟଙ୍କାକୁ ନେଇ ରାଜ୍ୟ କଂଗ୍ରେସର ୩ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି। ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ନେତା ବିଶ୍ୱରଂଜନ ମହାନ୍ତିଙ୍କ ନାରେ ଭରତପୁର ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏହି ତିନି ଜଣଙ୍କ ବିରୋଧରେ ଆଇପିସିର ଧାରା ୧୨୦ବି, ୪୨୦, ୫୦୬ ଓ ୩୪ ଲାଗିଛି। ସାଧାରଣ ନିର୍ବାଚନ-୨୦୨୪ରେ ଅଭିଯୋଗକାରୀ ଆଶୁତୋଷ ମହାପାତ୍ରଙ୍କୁ ଏଲଇଡି ଗାଡ଼ିରେ ପ୍ରଚାର ପାଇଁ ବ୍ୟବସାୟିକ ଚୁକ୍ତି ନାମା ହୋଇଥିଲା। ଏଥିପାଇଁ ଦେଢ଼ କୋଟି ଟଙ୍କା ଦେବା ନେଇ ଫାଇନାଲ ହୋଇଥିବା ବେଳେ ୮ ଲକ୍ଷ ଟଙ୍କା ଆଡ଼ଭାନ୍ସ ଦିଆ ଯାଇଥିଲା। ନିର୍ବାଚନ ପରେ ବଳକା ଟଙ୍କା ମାଗିବାରୁ ଟଙ୍କା ନ ଦେଇ ଆଶୁତୋଷଙ୍କୁ ଧମକ ଦେଇଥିଲେ ଶରତ ପଟ୍ଟନାୟକ ଓ ବିଶ୍ୱ ରଞ୍ଜନ ମହାନ୍ତି। ଏହି ଅଭିଯୋଗ କରି ଥାନାରେ ମାମଲା କରିଛନ୍ତି ଆଶୁତୋଷ ।
Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
Prev Post
Next Post