ଭୁବନେଶ୍ୱର: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି | ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ ବାଚସ୍ପତି ନିର୍ବାଚନ ହେବ।ବିଜେଜିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ୬ ଥର ବିଧାୟିକା ହୋଇସାରିଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ରହିଥିଲେ। ପ୍ରମିଳା ମଲ୍ଲିକ ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି। ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Prev Post
Next Post