ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର:ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିଛନ୍ତି । ନିର୍ଦ୍ଧାରିତ ସମୟରେ ପହଞ୍ଚି ଏକ ଶାନ୍ତ ପରିବେଶରେ ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କରିବା ପରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ତିନି ଦିନିଆ ଓଡିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ବିଦାୟ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା ଗସ୍ତ ବେଳେ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।