ଜୁଲାଇ ୧୪ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୪ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଏବଂ ୧୫ରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ । ଏହାସହିତ ରେଭେନ୍ସା ବାଳିକା ବିଦ୍ୟାଳୟର ଶିଳାନ୍ୟାସ କରିବେ । ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Leave a comment