ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ରାଷ୍ଟ୍ରପତିଙ୍କ କାରକେଡ୍ ପାଇଁ ରିହର୍ସାଲ କରାଯିବ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ପ୍ରାୟ ୨ ଶହରୁ ଅଧିକ ଅଫିସର ନିୟୋଜିତ ହେବେ । ଆସନ୍ତାକାଲି ଦିନ ୧୧ଟା ୪୫ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ।ଅପରାହ୍ଣରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ରପତି ଦୀକ୍ଷାନ୍ତ ଭାଷଣ ରଖିବେ । ଶନିବାର ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ଏଥିପାଇଁ ଟ୍ରାଫିକ୍ ପରିଚାଳନା କରିବାକୁ ୫ ପ୍ଲାଟୁନ୍ ଫୋର୍ସ ରହିବେ । ରାଷ୍ଟ୍ରପତି ଗସ୍ତ କରିବାକୁ ଥିବା ୪ଟି କାର୍ଯ୍ୟକ୍ରମ ସ୍ଥଳୀରେ ଅସ୍ଥାୟୀ କ୍ୟାମ୍ପ କରାଯିବ । ଯେଉଁଥିରେ ପୋଲିସ ଜଗି ରହିବେ ।