ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ

ବିଲକୁ ଓଲଟିଲା ବସ୍ । ୪୦ ଆହତ । ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରୁ ଜୟପୁର ଅଭିମୁଖେ ଆସୁଥିବା ବେଳେ ଆଉଳି ନିକଟରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସ୍ ସମ୍ମୁଖକୁ ହଠାତ୍ ଏକ ମୋଟର ସାଇକେଲ୍ ଆସିଯିବାରୁ ଭାରସାସ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା ବସ୍ ଟି । ଏଥିରେ ୪୦ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବସ୍ ଭିତରେ ଫସିଥିବା ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଦୁର୍ଘଟଣାରେ କେହି ମୃତ୍ୟୁବରଣ କରିନଥିବା ବେଳେ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

Leave a comment