ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ

ଭୁବନେଶ୍ୱର: ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ସେ ‌ଏଠାରେ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ। ଉଲ୍ଲେଖ ଥାଉ କି ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି।