ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ମହାମହିମ କହିଛନ୍ତି, ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଁ ଖୁବ୍ ଦୁଃଖିତ । ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।ଏପଟେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୃତକଙ୍କ ସମ୍ପର୍କୀୟଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀ ବାଣ ବିସ୍ଫୋରଣ ଘଟଣାରେ ଏପର୍ଯ୍ୟନ୍ତ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ