ପୁରୀ : ଜାନୁଆରୀ ୧୭ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା। ୨୦୨୧ ନଭେମ୍ବର ୨୪ତାରିଖରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ମଡେଲ ଅନାବରଣ କରିବା ସହ ପ୍ରକଳ୍ପ ପାଇଁ ଜମି ଦେଇଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ନବୀନ। ଶିଳାନ୍ୟାସ ପରେ ନିର୍ମାଣ କାମ ଆରମ୍ଭ କରିଥିଲା ଟାଟା ପ୍ରକଳ୍ପ। ଏହାପରଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ପ୍ରତି ସପ୍ତାହରେ ଅନୁଧ୍ଯାନ କରିଛନ୍ତି ଫାଇଭ୍-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍। ପ୍ରକଳ୍ପ ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି ହେଉଛି ସବୁଜ ବଳୟ। ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏଟିଏମ୍ ବ୍ୟବସ୍ଥା ବି ହେଉଛି। ଚାରିପାଖେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ କରାଯାଉଛି। ଭକ୍ତଙ୍କ ସାମଗ୍ରୀ ରଖିବା ପାଇଁ ସ୍ବତନ୍ତ୍ର ଗୃହ, ସୂଚନା ଓ ଦାନ କେନ୍ଦ୍ର ସହ ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ନିର୍ମାଣ କରାଯାଉଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା