ପୁରୀ : ଜାନୁଆରୀ ୧୭ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା। ୨୦୨୧ ନଭେମ୍ବର ୨୪ତାରିଖରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ମଡେଲ ଅନାବରଣ କରିବା ସହ ପ୍ରକଳ୍ପ ପାଇଁ ଜମି ଦେଇଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ନବୀନ। ଶିଳାନ୍ୟାସ ପରେ ନିର୍ମାଣ କାମ ଆରମ୍ଭ କରିଥିଲା ଟାଟା ପ୍ରକଳ୍ପ। ଏହାପରଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ପ୍ରତି ସପ୍ତାହରେ ଅନୁଧ୍ଯାନ କରିଛନ୍ତି ଫାଇଭ୍-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍। ପ୍ରକଳ୍ପ ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି ହେଉଛି ସବୁଜ ବଳୟ। ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏଟିଏମ୍ ବ୍ୟବସ୍ଥା ବି ହେଉଛି। ଚାରିପାଖେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ କରାଯାଉଛି। ଭକ୍ତଙ୍କ ସାମଗ୍ରୀ ରଖିବା ପାଇଁ ସ୍ବତନ୍ତ୍ର ଗୃହ, ସୂଚନା ଓ ଦାନ କେନ୍ଦ୍ର ସହ ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ନିର୍ମାଣ କରାଯାଉଛି।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ