ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ରଖିଛି । ପର୍ଯ୍ୟାୟକ୍ରମେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଗଣତି ମଣତି ହେବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇ ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ସରକାର କେବଳ ରାଜନୀତି କରୁଛନ୍ତି, ଗଣତି ମଣତି କରିବା ପାଇଁ ରାଜ୍ୟ ବିଜେପି ସରକାରଙ୍କ ଆନ୍ତରିକତା ନାହିଁ ବୋଲି ବିଜେଡି କହିଛି ।
ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି, ନିର୍ବାଚନ ସମୟରେ ବିଜେପି ତରଫରୁ ରତ୍ନ ଭଣ୍ଡାରକୁ ନେଇ ଅନେକ ମିଥ୍ୟା ପ୍ରଚାର କରି ଏହାର ଗଣତି ମଣତି ପାଇଁ ସ୍ୱର ଉଠାଇଥିଲା । ବିଜେପି ତାର ସଙ୍କଳ୍ପ ପତ୍ରରେ କ୍ଷମତାକୁ ଆସିଲେ ଗଣତି ମଣତିର ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ, କ୍ଷମତାକୁ ଆସିବା ପରେ ଗଣତି ମଣତିକୁ ଉପରେ ବିଜେପି ସରକାର ଟାଳଟୁଳ ନୀତି ଅବଲମ୍ୱନ କରୁଛନ୍ତି । ଗଣତି ମଣତି ଉପରେ, ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟରୁ କେବେ ଏହା କରାଯିବ, ସେନେଇ କୌଣସି ସ୍ପଷ୍ଟତା ନାହିଁ । ଆଇନମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବାରମ୍ୱାର ତାରିଖ ଘୁଞ୍ଚାଇ ଚାଲିଛନ୍ତି । ଆଇନମନ୍ତ୍ରୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ମନ୍ତବ୍ୟ ଭିତରେ କୌଣସି ତାଳମେଳ ନାହିଁ । ନିର୍ବାଚନ ସମୟରେ ରତ୍ନ ଭଣ୍ଡାରକୁ ନେଇ ବିଜେପି ଦ୍ୱାରା କରାଯାଇଥିବା ମିଛ ପ୍ରଚାର ସବୁ ଧରାପଡିଯିବା ଭୟରେ ବିଜେପି ସରକାର ଗଣତି ମଣତିକୁ ଜାଣି ଶୁଣି ଘୁଞ୍ଚାଉଛନ୍ତି ବୋଲି ଡ. ମହାନ୍ତି ଅଭିଯୋଗ କରିଛନ୍ତି ।
ଡ. ମହାନ୍ତି ଆହୁରି କହିଛନ୍ତି, ଶ୍ରୀମନ୍ଦିରରେ ବ୍ୟବସ୍ଥିତ ଦର୍ଶନ ଓ ପରିକ୍ରମା ପ୍ରକଳ୍ପକୁ ନେଇ ନିର୍ବାଚନ ବେଳେ ବିଜେପି ଅନେକ ପ୍ରଶ୍ନ ଉଠାଇଥିଲା ବେଳେ ଏବେ ଶ୍ରୀମନ୍ଦିରର ଦର୍ଶନ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଅବ୍ୟବସ୍ଥିତ ହୋଇଛି । ଭକ୍ତ ମାନଙ୍କ ପାଇଁ ପୂର୍ବରୁ କରାଯାଇଥିବା ଏସି ଟନେଲଟିକୁ ଉଠାଇ ଦିଆଯାଇଛି, ଯେଉଁଥି ପାଇଁ ଦର୍ଶନାର୍ଥୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବାରମ୍ୱାର ମନ୍ଦିର ଭିତରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହେଉଛି । ଧାଡ଼ି ଦର୍ଶନ ପାଇଁ ଆଇନ ମନ୍ତ୍ରୀଙ୍କ ପ୍ରତିଶ୍ରୁତି କେବଳ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି ସଦୃଶ୍ୟ ହୋଇଛି । ଶ୍ରୀଜଗନ୍ନାଥ ମନ୍ଦିର ଆକ୍ଟ ୧୯୫୫ର ସେକ୍ସନ ୬ ଅନୁଯାୟୀ ମନ୍ଦିର ପରିଚାଳନା କମିଟିରେ ୧୮ ଜଣ ସଦସ୍ୟ ରହିବା କଥା । କିନ୍ତୁ, ସରକାର କେବଳ ଦଶ ଜଣଙ୍କୁ କମିଟିକୁ ମନୋନୀତ କରିଛନ୍ତି । ଏଥିରୁ ସ୍ପଷ୍ଟ ହେଉଛି, ଶ୍ରୀମନ୍ଦିରର ପରିଚାଳନାକୁ ସରକାର ଗୁରୁତ୍ୱ ଦେଉ ନାହାନ୍ତି । କେବଳ ଫୁଲା ଫାଙ୍କିଆ ଢଙ୍ଗରେ ଶ୍ରୀମନ୍ଦିର ପରିଚାଳନା କାର୍ଯ୍ୟ ଚାଲିଛି ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ