ପୁରୀ: ଆଜି ଚିତାଲାଗି ଅମାବାସ୍ୟା । ମହାପ୍ରଭୁ ଜଗନ୍ନାଥଙ୍କୁ ହୀରା, ଶ୍ରୀବଳଭଦ୍ରଙ୍କୁ ମାଣିକ୍ୟ ଓ ଦେବୀ ସୁଭଦ୍ରାଙ୍କୁ ଲୀଳା ଖଚିତ ସୁବର୍ଣ୍ଣଚିତା ପରମ୍ପରା ଅନୁସାରେ ଲାଗି କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ପରେ ଆପାତଃ ଦିନ 2ଟାରୁ ସନ୍ଧ୍ୟା 6ଟା ମଧ୍ୟରେ ଚିତା ଲାଗି କରାଯିବ । ଏହି ସମୟରେ ସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ଧରି ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ସମୟରେ ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରି ପାରିବେ ଭକ୍ତ । ପବିତ୍ର ଚିତାଲାଗି ଅମାବାସ୍ୟା ପାଇଁ ପୁରୀରେ ସକାଳୁ ଭିଡ଼ ଲାଗିଛି । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post