ପୁରୀ: ଆଜି ଚିତାଲାଗି ଅମାବାସ୍ୟା । ମହାପ୍ରଭୁ ଜଗନ୍ନାଥଙ୍କୁ ହୀରା, ଶ୍ରୀବଳଭଦ୍ରଙ୍କୁ ମାଣିକ୍ୟ ଓ ଦେବୀ ସୁଭଦ୍ରାଙ୍କୁ ଲୀଳା ଖଚିତ ସୁବର୍ଣ୍ଣଚିତା ପରମ୍ପରା ଅନୁସାରେ ଲାଗି କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ପରେ ଆପାତଃ ଦିନ 2ଟାରୁ ସନ୍ଧ୍ୟା 6ଟା ମଧ୍ୟରେ ଚିତା ଲାଗି କରାଯିବ । ଏହି ସମୟରେ ସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ଧରି ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ସମୟରେ ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରି ପାରିବେ ଭକ୍ତ । ପବିତ୍ର ଚିତାଲାଗି ଅମାବାସ୍ୟା ପାଇଁ ପୁରୀରେ ସକାଳୁ ଭିଡ଼ ଲାଗିଛି । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post