ବିଭିନ୍ନ ସ୍ଥାନରେ ବର୍ଷା ଜାରି
ଭୁବନେଶ୍ବର: ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ରେଡ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଫ୍ଳାସ ଫ୍ଳଡ୍ ସହ ଜଳମଗ୍ନ ପରିସ୍ଥିତି ଦେଖାଦେବ । ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ମଙ୍ଗଳବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ବୁଧବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଫଳରେ ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।