ଓଡ଼ିଶା ଜଙ୍ଗଲରେ କଳାବାଘ

ଭୁବନେଶ୍ବର: ଓଡ଼ିଶା ଜଙ୍ଗଲରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବାଘ ଗଣନା ସମୟରେ କ୍ୟାମେରା ଟ୍ରାପ୍‌ରେ କଳା ରଙ୍ଗର ଏକ କଲରାପତରିଆ ବାଘ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ‘ଏକ୍ସ’ ମାଧ୍ୟମରେ ସୂଚନା ଦେଇଛନ୍ତି। କେଉଁ ଜଙ୍ଗଲ ଓ କେଉଁ ଜିଲ୍ଲାରେ ଏଭଳି ବିରଳ ପ୍ରଜାତିର ବାଘ ଦେଖିବାକୁ ମିଳିଛି ସେନେଇ ପିସିସିଏଫ୍‌ କୌଣସି ସ୍ପଷ୍ଟ କରିନାହାନ୍ତି।
ତେବେ କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ ଏହି ବାଘ ଦେଖାଯାଇଥିବା ପ୍ରାରମ୍ଭିକ ଭାବେ ଜଣାପଡ଼ିଛି। ଜାନୁଆରି ୧୫ ସୁଦ୍ଧା ରାଜ୍ୟ ସରକାରଙ୍କ ବାଘ ଗଣନା ରିପୋର୍ଟ ଆସିବାକୁ ଥିବାରୁ ତା’ପୂର୍ବରୁ ଏଭଳି ଖବର ବନ୍ୟପ୍ରାଣୀ ବିଶେଷଜ୍ଞଙ୍କ ମଧ୍ୟରେ ଉତ୍ସାହ ଭରିଛି।