ଆଜି କାଳିଆ ସାଆନ୍ତେଙ୍କ ରଥଯାତ୍ରା: ସାଢ଼େ ୯ଟାରୁ ପହଣ୍ଡି, ୪ଟାରେ ରଥଟଣା
ପୁରୀ : ଆଜି ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ହେବ । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରାରେ ବାହାରିବେ। ମହାପ୍ରଭୁଙ୍କ ଆଜ୍ଞା ପାଇ ତିନି ରଥ ଆଜି ସିଂହଦ୍ବାର ସମ୍ମୁଖ ଚକଡ଼ାରେ ବିଜେ କରିଛନ୍ତି। ତିନିବାଡ଼ଙ୍କ ଆଜ୍ଞାମାଳ ବିଜେ ପରେ ରଥଖଳାରେ ଥିବା ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନଙ୍କୁ ପୁଲିସ ଓ ଭକ୍ତବୃନ୍ଦ ସିଂହଦ୍ବାର ସମ୍ମୁଖକୁ ଟାଣି ଆଣିଛନ୍ତି।
The three chariots in front of Shree Mandira after Agyanmala Bije.#RathaYatra2023#JayJagannatha pic.twitter.com/AytMD0vjDb
— Shree Jagannatha Temple, Puri (@JagannathaDhaam) June 19, 2023
ମହାପ୍ରଭୁଙ୍କୁ ଦର୍ଶନ କରିବା ଲାଗି ଆଜିଠାରୁ ଲକ୍ଷାଧିକ ଭକ୍ତ ଭି଼ଡ଼ ଜମାଇଲେଣି ପୁରୀରେ। ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଚଳଚଞ୍ଚଳ ପୂଣ୍ୟଭୂମି ଶ୍ରୀକ୍ଷେତ୍ର।ସକାଳୁ ମଙ୍ଗଳ ଆଳତି ସହ ଅନ୍ୟାନ୍ୟ ନୀତି ଚାଲିଛି । ସାଢ଼େ ୯ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହେବ। ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ବହୁସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।
#WATCH | Odisha: Two Hundred fifty coconuts installed in the sand art of lord Jagannath Ratha Yatra; created by sand artist Sudarsan Pattnaik at Puri beach ahead of Jagannath Rath Yatra 2023 pic.twitter.com/sjIlcOxrvw
— ANI (@ANI) June 20, 2023
୬ଟାରେ ମଙ୍ଗଳଆଳତି ପରେ ୬ଟା ୧୦ରେ ମଇଲମ, ସାଢ଼େ ୬ଟାରେ ତଡ଼ପଲାଗି ଓ ଅବକାଶ, ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ, ୮ଟାରୁ ୯ଟା ଖେଚୁଡ଼ି ଭୋଗ ହେବ। ପରେ ସକାଳ ୯ଟାରେ ରଥ ପ୍ରତିଷ୍ଠା ହେବ। ସାଢ଼େ ୯ଟାରୁ ପହଣ୍ଡି ଆରମ୍ଭ ହୋଇ ସାଢ଼େ ୧୨ଟାରେ ପହଣ୍ଡି ଶେଷ ହେବ। ଅପରାହ୍ନ ସାଢ଼େ ୧୨ଟାରୁ ଗୋଟାଏ ଭିତରେ ମଦନମୋହନ, ଶ୍ରୀରାମ ଓ ଶ୍ରୀକୃଷ୍ଣ ରଥକୁ ବିଜେ କରିବେ। ସାଢ଼େ ଗୋଟାଏରୁ ୨ଟା ଭିତରେ ଚିତା ଲାଗି, ସାଢ଼େ ୧ଟାରୁ ସାଢ଼େ ୨ଟା ଭିତରେ ବେଶ ଶେଷ ପରେ ସାଢ଼େ ୨ଟାରୁ ଛେରାପହଁରା ଆରମ୍ଭ ହେବ। ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ଶେଷ ହେବ। ପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଦଇତାପତି ନିଯୋଗ ସଭାପତି, ସମ୍ପାଦକ, ୪ ବାଡ଼ଗ୍ରାହୀ ଓ ପ୍ରଶାସନ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଆସନ୍ତାକାଲି ସକାଳୁ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ତଥା ଉପମୁଖ୍ୟ ପ୍ରଶାସକ, ଆରକ୍ଷୀ ଅଧୀକ୍ଷକ, ଅନ୍ୟ ବିଭାଗୀୟ ଅଧିକାରୀ, ସମସ୍ତ ନିଯୋଗ ସଭାପତି ଓ ସମ୍ପାଦକ ପ୍ରତ୍ୟକ୍ଷ ଉପସ୍ଥିତ ରହି ନୀତି ତ୍ୱରାନ୍ୱିତ କରିବେ। କୌଣସି ଦର୍ଶନାର୍ଥୀ ଅବା ଅନଧିକୃତ ବ୍ୟକ୍ତି ଶ୍ରୀମନ୍ଦିର ଜଗମୋହନ କିମ୍ୱା ନାଟମଣ୍ଡପକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।
Rath Yatra greetings to everyone. As we celebrate this sacred occasion, may the divine journey of Lord Jagannath fill our lives with health, happiness and spiritual enrichment. pic.twitter.com/ATvXmW3Yr0
— Narendra Modi (@narendramodi) June 20, 2023