ଆସିଲା ରତ୍ନ ଭଣ୍ଡାର ଜିପିଆର୍ ସର୍ଭେ ରିପୋର୍ଟ
ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେଲା ରତ୍ନ ଭଣ୍ଡାର ଜିପିଆର୍/ ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । 45 ପୃଷା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଆଧାରରେ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କରାଯିବ। ତେବେ ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନଉପୁଜିବ ସେନେଇ ଆଗାମୀ ଦିନରେ ଛତିଶାନିଯୋଗ ଓ ପରିଚାଳନା କମିଟି ସହ ଆଲୋଚନା କରାଯିବ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।