ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା।ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ ।