କଟକ : ରତ୍ନଭଣ୍ଡାର ମାମଲାରେ ଆବେଦନକାରୀ ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଶ୍ରୀମନ୍ଦିର ପରିଚଳନା କମିଟି ଉପରେ ହାଇକୋର୍ଟଙ୍କ ରହିଛି ଅତୁଟ ବିଶ୍ବାସ । ତେଣୁ ଶ୍ରୀମନ୍ଦିର ଓ ରତ୍ନଭଣ୍ଡାରର ସୁରକ୍ଷା ନେଇ ପରିଚାଳନା କମିଟି କାର୍ଯ୍ୟରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ଓଡିଶା ହାଇକୋର୍ଟ । ସୁପ୍ରିମକୋର୍ଟ ମଧ୍ୟ ଶ୍ରୀମନ୍ଦିର ପରିଚାଳନା କମିଟି କାର୍ଯ୍ୟରେ ହସ୍ତକ୍ଷେପ କରିନାହାନ୍ତି । ଏଭଳି ରାୟ ଦେଇ ହାଇକୋର୍ଟ ଆଜି ବିଜେପି ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଆଗତ ପିଆଇଏଲକୁ ଖାରଜ କରିଛନ୍ତି । ରତ୍ନଭଣ୍ଡାରରେ ଗଚ୍ଛିତ ଥିବା ଶ୍ରୀଜିଉଙ୍କ ବିଭିନ୍ନ ଅଳଙ୍କାରର ତାଲିକା ପ୍ରସ୍ତୁତ ପ୍ରସଙ୍ଗରେ ଏକ ଉଚ୍ଚସ୍ତରୀୟ କ୍ଷମତା ସମ୍ପନ୍ନ କମିଟି ଗଠନ କରିବା ନେଇ ଯଦି ଶ୍ରୀମନ୍ଦିର ପରିଚାଳନା କମିଟି ଅନୁରୋଧ କରେ ତେବେ ଦୁଇ ମାସ ମଧ୍ୟରେ ସେ ନିଷ୍ପତ୍ତି ରାଜ୍ୟ ସରକାର ନେବେ ବୋଲି ହାଇକୋର୍ଟ କହିଛନ୍ତି । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଭିତରେ ଥିବା ମୂଲ୍ୟବାନ ସୁନା ଗହଣା ଓ ଅନ୍ୟ ସଂପତ୍ତିର ତାଲିକା ପ୍ରସ୍ତୁତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ ଉପରେ ଗୁରୁତ୍ବ ଦେଇଛନ୍ତି ହାଇକୋର୍ଟ। ଶ୍ରୀମନ୍ଦିର ପରିଚାଳନା କମିଟି ରତ୍ନ ଭଣ୍ଡାର ଭିତରେ ଥିବା ସଂପତ୍ତିର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ଲାଗି ଯଦି ଅନୁରୋଧ କରନ୍ତି, ତେବେ ସେହି ତାରିଖ ଠାରୁ ୬୦ ଦିନ ଭିତରେ ରାଜ୍ୟ ସରକାର ଏଭଳି କମିଟି ଗଠନ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନ ଭଣ୍ଡାର ଭିତରେ ଥିବା ଅଳଙ୍କାର ଓ ଅନ୍ୟ ସଂପତ୍ତିର ତାଲିକା ପ୍ରସ୍ତୁତ କରିବା କ୍ଷେତ୍ରରେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ଏହି ଉଚ୍ଚସ୍ତରୀୟ କମିଟି ସହଯୋଗ କରିବ ବୋଲି ହାଇକୋର୍ଟ କହିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ବରିଷ୍ଠ ବିଜେପି ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
Prev Post