ଓଡ଼ିଶାର ସାତକୋଶିଆ ଗର୍ଜ (ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ) ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଏବେ ଦେଶରେ ମୋଟ୍ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ ଏହି ମାନ୍ୟତା ମିଳିଛି । ଚଳିତ ଥର ତାମିଲନାଡ଼ୁର ୬ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଥିବା ବେଳେ ଓଡ଼ିଶା, ଗୋଆ, କର୍ଣ୍ଣାଟକ, ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ କ୍ଷେତ୍ରକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି । ରାମସାର ମାନ୍ୟତା ମିଳିବା ଫଳରେ ଏସବୁ ଆର୍ଦ୍ରଭୂମିର ସଂରକ୍ଷଣ ଏବଂ ପରିଚାଳନାରେ ସହାୟତା ମିଳିପାରିବ ତଥା ସମ୍ବଳର ସୁବିନିଯୋଗ ହୋଇପାରିବ ।୧୯୭୧ ମସିହାରେ ଇରାନରେ ରାମସାର କନଭେନ୍ସନ ସ୍ବାକ୍ଷରିତ ହୋଇଥିଲା । ଏଥିରେ ଭାରତ ଅନ୍ୟତମ ଚୁକ୍ତିବଦ୍ଧ ପକ୍ଷ ରହିଛି । ଫେବୃଆରୀ ପହିଲା ୧୯୮୨ରେ ଭାରତ ଏଥିରେ ସ୍ବାକ୍ଷର କରିଥିଲା । ଏବେ ସୁଦ୍ଧା ଭାରତରେ ଅନ୍ତର୍ଜାତୀୟ ଗୁରୁତ୍ବ ବହନ କରୁଥିବା ୧୨,୫୦,୩୬୧ ହେକ୍ଟର କ୍ଷେତ୍ରଫଳ ବିଶିଷ୍ଟ ୬୪ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ