ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ, ସ୍ଥିତ୍ ସମୀକ୍ଷା କରିବା ପାଇଁ ବିଚାର ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କଟକ ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ ଘଟିଛି । ଏହି ଅଗ୍ନକାଣ୍ତରେ ୧୦ରୁ ଅଧିକ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏପରି ଭୟାବହ ଆଗ୍ନିକାଣ୍ତର କାରଣ ଅସ୍ପଷ୍ଟ ଥିବାବେଳେ, ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ସର୍ଟ ସର୍କିଟ୍ କାରଣରୁ ନିଆଁ ଲାଗିଛି । ମୁଖ୍ୟମନ୍ତ୍ରୀ ଏପରି ଘଟିଥିବା ଘଟଣା ପାଇଁ ଗଭୀର ସମବେଦନା ଜଣାଇଛନ୍ତି ଏବଂ ଏହାର ସ୍ଥିତ୍ ସମୀକ୍ଷା କରିବା ପାଇଁ ବିଚାର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।ଏସ୍ସିବି ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ । ଆଇସିୟୁର ପ୍ରଥମ ମହଲାରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ସୂଚନା । ଆଇସିୟୁରେ ଗୁରୁତର ରୋଗୀ ଥିବାରୁ ସ୍ଥିତି ଅତ୍ୟନ୍ତ ସଂକଟାପନ୍ନ ହେଇଥିଲା । ତେବେ ନିଆଁ ଲାଗିବା ଖବର ପାଇବା ପରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । ନିଆଁ ଲାଗିବା ପରେ ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ଏହାରି ଭିତରେ ୧୦ରୁ ଅଧିକ ରୋଗୀଙ୍କ ଜୀବନ ଯାଇଥିବା ସୂଚନା ମିଳିଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଅଗ୍ନିକାଣ୍ଡ ପରେ ତୁରନ୍ତ ଟ୍ରମା କେୟାରରୁ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ମୁଖ୍ୟମନ୍ତ୍ରୀ ଆଇସିୟୁରେ ଥିବା ଅନ୍ୟ ରୋଗୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁଃଖଦ ଘଟଣା ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ସୁରକ୍ଷା ଦୃଷ୍ଟିରୁ ମେଡିକାଲ ପରିସରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।