ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ
ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା,ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ ଜିଲ୍ଲପାଳ ଘୋଷଣା କରିଛନ୍ତି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ କିଛି ସ୍ଥାନରେ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହୁଛି । ଆଜି ଅତିଭୀଷଣ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ୯ ଜିଲ୍ଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ବର୍ଷା ହେଉଛି ।