ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ | ଉଲ୍ଲେଖ ଥାଉ କି ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ବ୍ୟାଙ୍କରେ ସମସ୍ୟା ଯୋଗୁଁ ଟଙ୍କା ଯାଇପାରିନଥିଲା | ବିଶେଷ କରି ଏନପିସିଆଇ ସମସ୍ୟା ଯୋଗୁଁ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇପାରି ନଥିବାବେଳେ ମାର୍ଚ୍ଚ ୮ରେ ଏମାନଙ୍କୁ ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ |
ସେହିଭଳି ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ସେମାନଙ୍କୁ ଦ୍ଵିତୀୟ କିସ୍ତି ଟଙ୍କା ପାଇବେ , ଏଥିସହ ସେପ୍ଟମ୍ବର 17 ତାରିଖରେ ଆରମ୍ଭ ହୋଇଥିଲା ଏହି ଯୋଜନା , ସୁଇଚ ଚିପି ସୁଭଦ୍ରା ଯୋଜନା ର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଦିଆଯାଇଥିଲା । ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ।
ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନା ର ଶୁଭାରମ୍ଭ କରିଥିଲେ ।