ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ଲକ୍ଷ୍ମୀ ଠାକୁରାଣୀ ରାଗିଛନ୍ତି । ମହାଲକ୍ଷ୍ମୀଙ୍କ ରାଗକୁ ପ୍ରଶମିତ କରିବା ପାଇଁ ଆଜି ରସଗୋଲା ଖୁଆଇବେ ମହାପ୍ରଭୁ । ଆଜି ରସଗୋଲା ଭୋଗ ଲାଗିହେବ । ମହାପ୍ରଭୁ ଶ୍ରୀଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ଜୟବିଜୟ ଦ୍ୱାର ନିକଟରେ ମାନଭଞ୍ଜନ କରିବେ। ହଜାର ହଜାର ଭକ୍ତ ଏହି ସମୟରେ ମହାପ୍ରଭୁଙ୍କୁ ରସଗୋଲା ଲାଗି କରିବେ। ମହାଲକ୍ଷ୍ମୀଙ୍କ ସହ ସମ୍ପର୍କ ଦୃଢ଼ ହେବା ପାଇଁ ରସଗୋଲା ଭୋଗ ଲାଗି କରିବା ବିଶ୍ୱାସ ଥିବାରୁ ଆଜି ବି ଶ୍ରୀକ୍ଷେତ୍ରରେ ଭିଡ଼ ଜମିବ । ମହାପ୍ରଭୁ ଶ୍ରୀଜଗନ୍ନାଥ ପହଣ୍ଡି ବିଜେ ବେଳେ ଲକ୍ଷ୍ମୀ ଠାକୁରାଣୀଙ୍କ ରୋଷର ଶିକାର ହେବେ। ଚାହାଣି ମଣ୍ଡପରୁ ମା’ ଲକ୍ଷ୍ମୀ ଠାକୁରାଣୀ ପ୍ରଭୁଙ୍କ ଆଗମନକୁ ଦେଖି ଅଭିମାନରେ ନୀଳଦ୍ରି ବିଜେ ପୂର୍ବରୁ ସହଚରୀମାନଙ୍କ ଦ୍ବାରା ସିଂହଦ୍ୱାରକୁ ବନ୍ଦ କରିବେ । ଏହି ନୀତି ପାଳନ ପାଇଁ କିଛି ସମୟ ସିଂହଦ୍ୱାର ବନ୍ଦ ରହିବ। ପରେ ମହାପ୍ରଭୁ ମା’ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରି ସିଂହଦ୍ବାର ବାଇଶି ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। କିନ୍ତୁ ଜଗମୋହନକୁ ପ୍ରବେଶ କରିବା ପରେ ପୁଣି ଥରେ ଜୟବିଜୟ ଦ୍ୱାରଠାରେ ବିରୋଧର ସମ୍ମୁଖୀନ ହେବେ ମହାପ୍ରଭୁ। ଶ୍ରୀମନ୍ଦିର ଜୟବିଜୟ ଦ୍ୱାରକୁ ମା’ ଲକ୍ଷ୍ମୀଙ୍କ ସହଚରୀମାନେ କ୍ଷଣକ ପାଇଁ ବନ୍ଦ କରି କରିବେ। ଏଠାରେ ମହାପ୍ରଭୁଙ୍କ ସହଚର ଓ ମା’ ଲକ୍ଷ୍ମୀଙ୍କ ସହଚରୀଙ୍କ ମଧ୍ୟରେ ପାରମ୍ପରିକ ବଚନିକା ପରେ ଜୟବିଜୟ ଦ୍ୱାର ଖୋଲାଯିବ । ଏସବୁ ମନୋରମ ଦୃଶ୍ୟ ଦେଖିବା ପାଇଁ ପ୍ରବଳ ଭକ୍ତସମାଗମ ମଧ୍ୟ ହେବ ।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post